Latest

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଫେବ୍ରୁଆରି ୨୭ରେ ନିର୍ବାଚନ

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୭ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ୧୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀ ନାମାଙ୍କନ ଭରିପାରିବେ । ୧୬ ଫେବୃଆରୀରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୦ ଫେବ୍ରୁଆରୀ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି।

୨୭ ତାରିଖ ଦିନ ୯ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ କରାଯିବ। ସେହିଦିନ ଅପରାହ୍ମ ୫ଟାରୁ ଭୋଟ ଗଣତି ଆରମ୍ଭ ହେବ। ଓଡ଼ିଶାର ୩ ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏବେ ରାଜ୍ଯସଭାରେ ବିଜେଡିର ୯ ଜଣ ସାଂସଦ ରହିଛନ୍ତି। ଏଥର ସଂଖ୍ଯା ଦୃଷ୍ଟିରୁ ବିଜେଡି ତିନୋଟି ଯାକ ଆସନ ଦଖଲ କରିବାର ସମ୍ଭାବନା ରହିଛି।