FeaturedLatestNewsPolitics

ବିଜେଡିରେ ସାମିଲ ହେଲେ ସଂତୃପ୍ତ ମିଶ୍ର

ଭୁବନେଶ୍ୱର (ସଂକେତ ଟିଭି): ବିଶିଷ୍ଟ କର୍ପୋରେଟ ଅଧିକାରୀ ସଂତୃପ୍ତ ମିଶ୍ର ଆଜି ବିଜେଡିରେ ଯୋଗଦେଇଛନ୍ତି । ସେ ଆଦିତ୍ଯ ବିର୍ଲା ଗ୍ରୁପର ପୂର୍ବତନ ସିଇଓ ତଥା ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ଯକ୍ଷ ଥିଲେ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି ।

ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ପ୍ରମୁଖ ବିଜେଡି ନେତା ଏହି ସମୟରେ ଉପସ୍ଥିତ ଥିଲେ । ଡିସେମ୍ବରରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ।

ବିଜେଡିରେ ଯୋଗ ଦେବା ପରେ ସଂତୃପ୍ତଙ୍କୁ ଦଳର ଜାତୀୟ ମୁଖପାତ୍ର ନିଯୁକ୍ତ କରାଯାଇଛି । ସେହିପରି ସଂଜୟ ଦାସବର୍ମାଙ୍କୁ ଦଳ ମୁଖପାତ୍ର ନିଯୁକ୍ତ କରିଛି ।