CrimeLatestNews

୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ପ୍ରଧାନଶିକ୍ଷକ

କେନ୍ଦ୍ରାପଡ଼ା (ସଂକେତ ଟିଭି): ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ କେନ୍ଦ୍ରାପଡ଼ା ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ଆତି ଭିଜିଲାନ୍ସ କର୍ମଚାରୀଙ୍କ ହାତରେ ଧରାପଡ଼ିଛନ୍ତି। ସେ ନିଜ ସ୍କୁଲର ଜଣେ କର୍ମଚାରୀଙ୍କ ଗୃହ ଋଣ ପାଇଁ ଅଭିଯୋଗକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଭିଜିଲାନ୍ସ ବିଭାଗରେ ଅବଗତ କରିଥିଲେ।

ତେବେ ଯୋଜନା ମୁତାବକ ଆଜି ପ୍ରଧାନଶିକ୍ଷକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ଅତର୍କିତ ଚଢ଼ଉ କରିଥିଲା। ଭିଜିଲାନ୍ସ କର୍ମଚାରୀମାନେ ଘଟଣାସ୍ଥଳରୁ ୫ ହଜାର ଟଙ୍କା ଜବତ କରିଥିଲେ। ଏହା ପରେ ଭିଜିଲାନ୍ସ ବିଭାଗ ପ୍ରଧାନଶିକ୍ଷକଙ୍କ ବିଭିନ୍ନ ଠିକଣାରେ ସର୍ଚ୍ଚ କରୁଥିବା ଜଣାପଡ଼ିଛି।