LatestNews

କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର (ସଂକେତ ଟିଭି) : ରାଜ୍ୟ ସରକାର କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି । ଏହା ଦ୍ବାରା ୮ ଲକ୍ଷ ୫୦ ହଜାର ତୋଳାଳି ଉପକୃତ ହେବେ । ଏଥିପାଇଁ ମୁଖ୍ଯମନ୍ତ୍ରୀ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନା ଅନୁସାରେ, ଆଜି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସମ୍ବଲପୁର ଗସ୍ତରେ ଅଛନ୍ତି । ଏହି ଅବସରରେ ସେ ସମ୍ବଲପୁର ଚାରମାଲଠାରେ ଆୟୋଜିତ କେନ୍ଦୁପତ୍ର କର୍ମଚାରୀ ସଂଘର ମହାସମାବେଶରେ ଯୋଗ ଦେଇଥିଲେ । ସେହି ସଭାରେ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସରକାରଙ୍କ ପକ୍ଷରୁ କେନ୍ଦୁପତ୍ର ତୋଳାଳିଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସୁବିଧା ନେଇ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ କହିଥିଲେ ।

ସେହିପରି ସେହିପରି କେନ୍ଦୁପତ୍ର ବନ୍ଧାଳି ଓ ଋତୁକାଳୀନ ଶ୍ରମିକଙ୍କ ପ୍ରୋତ୍ସାହନ ରାଶିକୁ ମଧ୍ୟ ଦୁଇଗୁଣା ବୃଦ୍ଧି କରାଯାଇଛି। ସରକାର ପ୍ରୋତ୍ସାହନ ରାଶିକୁ ୫ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏଥିପାଇଁ ୧୧ କୋଟି ଟଙ୍କା ମଞ୍ଜୁର ହୋଇଛି। ଅପରପକ୍ଷେ, ଋତୁକାଳୀନ କର୍ମଚାରୀଙ୍କ ଦରମା ବୃଦ୍ଧି ଦାବି ପୂରଣ ହୋଇଛି। ହେଡ୍‌ ଚେକରଙ୍କ ମାସିକ ଦରମା ୨୨ ହଜାର ୬୩୧ରୁ ୨୪ ହଜାର ୪୨୦କୁ ବୃଦ୍ଧି ପାଇଛି। ମହଙ୍ଗା ଭତ୍ତା(ଡିଏ) ୪ ଶହ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି। ସର୍କଲ ଚେକରଙ୍କ ଦରମା ୧୭ ହଜାର ୭୪୦ରୁ ୨୧ ହଜାରରୁ ଅଧିକ ହୋଇଛି। ଡିଏ ୩୦୦ ରୁ ୪୫୦କୁ ବୃଦ୍ଧି ପାଇଛି। ସେହିପରି ବନ୍ଧାଳି ଚେକରଙ୍କ ଦରମା ୧୪ ହଜାର ୮୦୦ ଟଙ୍କାରୁ ୧୭ ହଜାର ୬୮୦କୁ ବୃଦ୍ଧି ପାଇଛି। ଡିଏ ୨ଶହରୁ ୩ଶହ ଟଙ୍କାକୁ ବୃଦ୍ଧି ହୋଇଛି। ମୁନସିଙ୍କ ଦରମା ୧୨ ହଜାର ୪୨୦ରୁ ୧୫ ହଜାର ୨୧୫ ଟଙ୍କାକୁ ବୃଦ୍ଧି ପାଇଛି। ମୁନସି-୨ଙ୍କ ଦରମା ୯ ହଜାର ୮୫୦ରୁ ୧୨ ହଜାର ୩୮୫ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ସେହିପରି କେନ୍ଦୁପତ୍ର କେରି ଦର ମଧ୍ୟ ବୃଦ୍ଧି କରାଯାଇଛି।