FeaturedLatestNewsPolitics

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର (ସଂକେତ ଟିଭି) : ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ରିଟର୍ନିଙ୍ଗି ଅଫିସର ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ । ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ଜଣଙ୍କ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ।