LatestNews

ବାଲେଶ୍ବର ସମେତ ୫ଟି ଜିଲ୍ଲାରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା

ଭୁବନେଶ୍ୱର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଜି ଏହି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଛି ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ।

ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ।

ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍‌ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍‌ ଚାଲିବ। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ୫ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତିଗୁଡିକୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।