FeaturedLatestNews

ଜନଜାତି ଭାଇ ଭଉଣୀଙ୍କ ଉପରେ ଥିବା ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମୋକଦ୍ଦମାଗୁଡ଼ିକର ସମୀକ୍ଷା କରିଥିଲେ। ମୋକଦ୍ଦମାଗୁଡ଼ିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସମ୍ପର୍କିତ ମାମଲା ପ୍ରତ୍ୟାହୃତ ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲାଗୁଡ଼ିକ ମଧ୍ୟରେ ଅବକାରୀ ବିଭାଗ ଅଧୀନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।