LatestNewsPolitics

ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର (ସଂକେତ ଟିଭି) : ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେପିରେ ମିଶିଛନ୍ତି । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି।

ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିଲେ।