FeaturedLatestNews

ମାର୍ଚ୍ଚ ୬ରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ । ପ୍ରଥମ ପର୍ଯ୍ଯାୟରେ ଏହା ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହେବ । ପରେ ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଏଥିରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇର ଏହି ତୃତୀୟ ପର୍ଯ୍ୟାୟରେ ଗ୍ରାମାଞ୍ଚଳ ଲୋକଙ୍କୁ ଜଟିଳ ରୋଗ ପାଇଁ ମାଗଣା ଚିକିତ୍ସା ମିଳିବ। ସେହିଦିନ ନବୀନ ମ୍ୟାଜିକ କାର୍ଡ ଓ୍ବେବସାଇଟରେ ପଞ୍ଜୀକରଣ ମଧ୍ୟ ଆରମ୍ଭ ହେବ ।

ଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ । ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ । ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବାକୁ ଯାଉଛନ୍ତି । ଯାହାକି ରାଜ୍ୟ ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ।