FeaturedLatestNews

ରାଜ୍ୟରେ ଗଠନ ହେଲା ୨୨ଟି ନୂଆ ଏନଏସି

ଭୁବନେଶ୍ବର (ସଂକେତ ଟିଭି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।

ସୂଚନାଯୋଗ୍ୟ ଯେ ଗତ ମାସ ରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ NAC ଓ ୫ ଟି ନୂଆ ମ୍ୟୁନିସିପାଲିଟି ଗଠନ ବିଷୟ ଘୋଷଣା କରିଥିଲେ।