CrimeLatestNews

୫୦ ହଜାର ଟଙ୍କା ନେଇ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି) : ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରାପଡିଛନ୍ତି । ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ସେ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ ।

ସୂଚନା ଅନୁଯାୟୀ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ୧୦ ପ୍ରତିଶତ ପିସି ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇସାରିଥିଲେ। ଏନେଇ ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଠିକାଦାର ଅବଶିଷ୍ଟ ୫୦ ହଜାର ଟଙ୍କା ଦେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଡିଏସପି ଚନ୍ଦ୍ରକଳା ଜେନା ଓ ନୂଆଗଡ଼ ଡିଏସପି ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ଚଢ଼ଉ କରି ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଥିଲା ଏବଂ ତାଙ୍କଠାରୁ ୫୦ ହଜାର ଟଙ୍କା ଜବତ କରିଥିଲା।