LatestSports

ଋତୁରାଜ ଗାଏକ୍ବାଡ଼ ହେଲେ ଚେନ୍ନାଇ ସୁପର କିଙ୍ଗ୍‌ସର ନୂଆ ଅଧିନାୟକ

ନୂଆଦିଲ୍ଲୀ (ସଂକେତ ଟିଭି) : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୭ତମ ସଂସ୍କରଣରେ ଚେନ୍ନାଇ ସୁପର କିଙ୍ଗ୍‌ସ ପକ୍ଷରୁ ମହେନ୍ଦ୍ର ସିଂ ଧୋନିଙ୍କ ସ୍ଥାନରେ ଋତୁରାଜ ଗାଏକ୍ବାଡ଼ଙ୍କୁ ଦଳର ନୂତନ ଅଧିନାୟକ କରାଯାଇଛି। ଆଇପିଏଲ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଆଇପିଏଲର ଅଫିସିଆଲ୍ ସୋସିଆଲ୍ ମିଡିଆ ଆକାଉଣ୍ଟ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

ଚେନ୍ନାଇ ସୁପର କିଙ୍ଗ୍‌ସ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଧୋନି ଆଉ ଦଳର ଅଧିନାୟକ ନୁହଁନ୍ତି, ଋତୁରାଜ ଗାଏକ୍ୱାଡଙ୍କୁ ଅଧିନାୟକ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ମହେନ୍ଦ୍ର ସିଂ ଧୋନି। ୨୦୧୯ରୁ ଚେନ୍ନାଇ ସୁପର କିଙ୍ଗ୍‌ସ ଦଳର ଏକ ଅଂଶ ଭାବରେ ଋତୁରାଜ ଗାଏକ୍ୱାଡ ରହିଆସିଛନ୍ତି। ଏହି ସମୟ ମଧ୍ୟରେ ଆଇପିଏଲରେ ୫୨ଟି ମ୍ୟାଚ୍ ଖେଳିଛନ୍ତି ଋତୁରାଜ।

୨୭ ବର୍ଷିୟ ଋତୁରାଜ ଗାଓକ୍ୱାର୍ଡ ଚେନ୍ନାଇ ଦଳର ୪ର୍ଥ ଅଧିନାୟକ ଭାବେ ଦାୟିତ୍ୱ ନେବେ । ଏହା ପୂର୍ବରୁ ଧୋନୀଙ୍କ ବ୍ୟତୀତ ସୁରେଶ ରାଇନା ଓ ରବିନ୍ଦ୍ର ଜାଡେଜା ଅଧିନାୟକ ରହିସାରିଛନ୍ତି । ଧୋନୀ ୨୧୨ ମ୍ୟାଚରେ ଅଧିନାୟକ ରହିଥିବା ବେଳେ ଜାଡେଜା ୮ ଓ ରାଇନା ୫ ମ୍ୟାଚରେ ଅଧିନାୟକ ରହିଛନ୍ତି ।

ଚେନ୍ନାଇର ଚେନ୍ନାଇ ସୁପର କିଙ୍ଗ୍‌ସର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ତାଙ୍କ ଆଇପିଏଲ୍ କ୍ୟାରିୟରର ଶେଷ ସିଜନରେ ଖେଳୁଥିବା ଦେଖିବାକୁ ମିଳିବେ। ଅଧିନାୟକତ୍ୱରେ ହଠାତ୍ ପରିବର୍ତ୍ତନ ପରେ, ଏହି ସିଜିନ୍‌ ପରେ ସେ ଆଇପିଏଲରୁ ଅବସର ଘୋଷଣା କରିପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ୪୨ ବର୍ଷୀୟ ଧୋନି ୨୧୨ ଟି ମ୍ୟାଚରେ ଚେନ୍ନାଇକୁ ଅଧିନାୟକ କରିଛନ୍ତି।