FeaturedLatestNewsPolitics

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ବର (ସଂକେତ ଟିଭି) :୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଦଳ ପ୍ରଥମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଲୋକସଭା ପାଇଁ ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, ଭୁବନେଶ୍ବରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ମାଝୀ, ଆସିକାରୁ ରଂଜିତା ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଛି।

ସେହିପରି ବିଧାୟକ ପ୍ରାର୍ଥୀ ପାଇଁ ବିଜେଡି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ।