FeaturedLatestNews

ସକାଳୁଆ ଖୋଲିବ ଅଙ୍ଗନୱାଡି କେନ୍ଦ୍ର

ଭୁବନେଶ୍ୱର(ସଂକେତ ଟିଭି): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରିଛନ୍ତି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନୱାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦେଶ ଦିଆଯାଇଛି ।