FeaturedLatestNewsPolitics

ମୋକିମଙ୍କୁ ଝଟକା; ନିମ୍ନ ଅଦାଲତଙ୍କ ରାୟ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ବର (ସଂକେତ ଟିଭି): OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ ହାଇକୋର୍ଟ କାଏମ୍ ରଖିଛନ୍ତି। ଏହି ମାମଲାରେ ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ଶୁଣାଇଥିଲେ । ମୋକିମ ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।

ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ଭୁବନେଶ୍ବର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ । ଏହାକୁ ଚାଲେଞ୍ଜ କରି ମୋକିମ୍ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମଙ୍କୁ ଜାମିନ ପ୍ରଦାନ କରିଥିଲେ। ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ହାଇକୋର୍ଟ ସର୍ତ୍ତ ରଖିଥିଲେ । ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ବର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ ।