LatestNewsPolitics

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ବର (ସଂକେତ ଟିଭି) : ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି।

ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ ଜଣାଶୁଣା। ସେଥିପାଇଁ ଦଳ ତାଙ୍କୁ ସୁନ୍ଦରଗଡର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଥିଲା। କିନ୍ତୁ ଏବେ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ପତ୍ରରେ ସେ କହିଛନ୍ତି ଯେ ପୂର୍ବ ପରି ଦଳ ଆଉ ନାହିଁ। ଦଳର ନେତାଙ୍କୁ ଆଉ ଭେଟି ହେଉନାହିଁ। ଜ୍ୟୋତି ପାଣିଗ୍ରାହୀଙ୍କ ସ୍ୱାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡିବାକୁ ବାଧ୍ୟ ହୋଇଥିବା କହିଛନ୍ତି। ବିଜେଡି ଛାଡ଼ିବା ପରେ ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ୱାମୀ କେଉଁ ଦଳକୁ ଯିବେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ସେମାନେ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।