LatestNews

ରାଜ୍ୟରେ ଆହୁରି ତିନି ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ବର (ସଂକେତ ଟିଭି) : ଆହୁରି ୩ ଦିନ ପ୍ରବଳ ଖରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ଜାରି କରାଯାଇଛି। ୧୨ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡା, ବୌଦ୍ଧକୁ ରେଡ ଆଲର୍ଟ ଜାରି କରାଯାଇଛି। ୩ ଓ ୪ ତାରଖ ବେଳକୁ ପାଗରେ ସାମାନ୍ଯ ପରିବର୍ତ୍ତନ ହେବାକୁ ଥିଲେ ସୁଦ୍ଧା ଅରେଞ୍ଜ ଆଲର୍ଟରେ ରହିବ ଆଭ୍ଯନ୍ତରୀଣ ଓଡ଼ିଶା। ଉପକୂଳ ଅଞ୍ଚଳରେ ୩ ରୁ ୪ ଡିଗ୍ରୀ କମିପାରେ ତାପମାତ୍ରା । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି।

ସେ କହିଛନ୍ତି, ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରି ଟପିବା ଆଶଙ୍କା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୋୖଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି। ଦୁଇ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବା ସମ୍ଭାବନା ରହିଥିବା ବେଳେ ୬,୭ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।