LatestNews

ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଗୁରୁତର

ବାଲେଶ୍ୱର (ସଂକେତ ଟିଭି) : ରାସ୍ତା କଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗୁରୁବାର ଭୋର ପ୍ରାୟ ୩ଟା ସମୟରେ କାଳିଆନନା ନାମକ ଯାତ୍ରୀବାହୀ ବସଟି ୬୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା। ବରୁଣଗଡିଆ ନିକଟରେ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଏହି ବସଟି ପଛରୁ ଧକ୍କା ଦେଇଥିଲା। ପୋଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶର ହସ୍ପିଟାଲରେ ଭର୍ତ୍ତି କରିଛି।