FeaturedLatestNewsPolitics

ଜୁନ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ : ପାଣ୍ଡିଆନ

ଭୁବନେଶ୍ବର (ସଂକେତ ଟିଭି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁରର କନିଷିରେ ଜନସଭାକୁ ସମ୍ବୋଧିତ କରିବା ସମୟରେ ନବୀନ ପଟ୍ଟନାୟକଙ୍କ ନାଁ ନନେଇ ବିଜେଡି ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ନବୀନ ପଟ୍ଟନାୟକ ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ସାଂସଦ ଏବଂ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି । ମୁଖ୍ୟମନ୍ତ୍ରୀ କଟାକ୍ଷ କରି କହିଥିଲେ ଯେ ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଏହି କୁମ୍ଭୀର କାନ୍ଦଣା ବିଷୟରେ ଆପଣ ଜାଣିବା ଦରକାର ବୋଲି ସେ କହିଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଭବାନୀପାଟଣାରୁ ସିଧାସଳଖ ବିଜେପିକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆୟୁଷ୍ମାନ ଯୋଜନାରେ କେନ୍ଦ୍ର ସରକାର ଯେତିକି ବଜେଟ ରଖିଛନ୍ତି ତାହା ଠାରୁ ବିଏସକେଓ୍ବାଇର ବଜେଟ ଆହୁରି ଅଧିକ । କିନ୍ତୁ ଆମ ମୁଖ୍ୟମନ୍ତ୍ରୀ ବିଏସକେୱାଇ ଭଳି କାର୍ଡ୍ ଦେଇଛନ୍ତି । ଏହି କାରଣ ପାଇଁ ଗରୀବଙ୍କୁ ବୀମା କମ୍ପାନୀ ଉପରେ ନିର୍ଭର କରିବାକୁ ପଡିବ ନାହିଁ ।

ବିଜେପିକୁ ସିଧାସଳଖ ଟାର୍ଗେଟ କରିବା ସହ ବିଜେପିର ନିର୍ବାଚନୀ ଇସ୍ତାହାରକୁ ନେଇ ମଧ୍ୟ ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। କହିଛନ୍ତି ବିଜେପି କହୁଛି ସରକାରକୁ ଆସିଲେ BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବ। କିନ୍ତୁ ସେମାନେ ଆୟୁଷ୍ମାନ ଭାରତ ଯୋଜନାରେ ପୁରା ଦେଶ ପାଇଁ ଭାରତ ସରକାର ଯେତିକି ଟଙ୍କା ବଜେଟ୍ ରଖିଛନ୍ତି ତା’ଠାରୁ ଅଧିକ BSKର ବଜେଟ । ଆୟୁଷ୍ମାନ ଭାରତେ ଓଡ଼ିଶାର ଭାଗ ମାତ୍ର ୩ଶହ କୋଟି ପଡ଼ିବ। ଆୟୁଷ୍ମାନ ଭାରତ ଯୋଜନାରେ ୫ ଲକ୍ଷ ଟଙ୍କା କେବଳ ବିପିଏଲ କାର୍ଡ୍ ଧାରୀଙ୍କୁ ମିଳିବ କିନ୍ତୁ ବିଏକେୱାଇ ଯୋଜନାରେ ସବୁ ପରିବାରକୁ ଏହି ସୁବିଧା ମିଳିଥାଏ । ଆୟୁଷ୍ମାନ ଭାରତରେ ବୀମା କମ୍ପାନୀଙ୍କ ଦୟା ଉପରେ ସବୁକିଛି ନିର୍ଭର କରେ । ଆମ ମୁଖ୍ୟମନ୍ତ୍ରୀ ବିଏସକେୱାଇରେ କାର୍ଡ୍ ଦେଇଛନ୍ତି ଯାହା କ୍ରେଡିଟ୍ କାର୍ଡ୍ ଭଳି । ଯେଉଁଥିରେ ଗରିବ ଗୁରୁବାଙ୍କୁ ବୀମା କମ୍ପାନୀଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ । ସେମାନେ ଏହି କାର୍ଡରୁ ଚିକିତ୍ସା ପାଇଁ ଖର୍ଚ୍ଚ କରିପାରିବେ ।