CrimeFeaturedLatestNews

୩ ନକଲି ନିଟ୍ ପରୀକ୍ଷାର୍ଥୀ ଗିରଫ, ୧୦ ଲକ୍ଷ ଟଙ୍କାରେ ହୋଇଥିଲା ଡିଲ୍

ଭଦ୍ରକ (ସଂକେତ ଟିଭି) : ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ରେ ଜାଲିଆତି କରୁଥିବାବେଳେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ଦେଉଥିଲେ ପରୀକ୍ଷା । ଏମିତି ନକଲି ପରୀକ୍ଷାର୍ଥୀଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି ।

ସୂଚନା ଅନୁସାରେ, ଭଦ୍ରକ ସହରର ଏକ ଘରୋଇ ସ୍କୁଲରେ ନିଟ୍ ପରୀକ୍ଷା ହେଉଥିବା ବେଳେ ନକଲି ପରୀକ୍ଷାର୍ଥୀଙ୍କୁ ପୋଲିସ ଧରିଛି ପୋଲିସ । ମେ ମାସ ୫ ତାରିଖରେ ନିଟ୍ ପରୀକ୍ଷା ବେଳେ ସନ୍ଦେହ ହେବାରୁ ସେଣ୍ଟର ତରଫରୁ ଆଡ଼ମିନିଷ୍ଟ୍ରେଟିଭ୍ ଅଫିସରଙ୍କୁ ଅବଗତ କରାଯାଇଥିଲା । ତେବେ ଆଡ଼ମିଟ୍ କାର୍ଡରେ ନକଲି ପରୀକ୍ଷାର୍ଥୀଙ୍କ ଫଟୋ ଥିଲା । କିନ୍ତୁ ଆଧାର କାର୍ଡ ଯାଞ୍ଚ ବେଳେ ଫିଙ୍ଗର ପ୍ରିଣ୍ଟ ମ୍ୟାଚ୍ କରିନଥିଲା । ପରେ ପୋଲିସ ତଦନ୍ତ କରିବା ବେଳେ ଜଣାପଡିଥିଲା ଯେ, ମୟୁରଭଞ୍ଜ ଅଞ୍ଚଳର ଶାଶ୍ୱତ ତ୍ରିପାଠୀ ନିଟ୍ ପରୀକ୍ଷା ଦେଇଥାନ୍ତେ । କିନ୍ତୁ ଅନ୍ୟ ଜଣେ ପରୀକ୍ଷାର୍ଥୀ ପାଇଁ ପ୍ରଥମେ ଆଦିତ୍ୟ କୁମାରଙ୍କ ସହ ଯୋଗାଯୋଗ କରିଥିଲେ, ପରେ ରାଜେଶ କୁମାର ମଧୁକର ମାଧ୍ୟମରେ ନକଲି ପରୀକ୍ଷାର୍ଥୀ ଭାବେ କଲିକତା ମେଡିକାଲ କଲେଜର ତୃତୀୟ ବର୍ଷ ଛାତ୍ର ଅଙ୍କିତ ରାଜକୁ ଯୋଗାଯୋଗ କରିଥିଲେ । ଗରିବ ଶ୍ରେଣୀର ଛାତ୍ର ହୋଇଥିବାରୁ ମାତ୍ର ୧୦ ଲକ୍ଷ ଟଙ୍କାରେ ପରୀକ୍ଷା ପାଇଁ ଡିଲ୍ ହୋଇଥିଲା ।

ତେବେ ଯାଞ୍ଚ ବେଳେ ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣ ଫେରାର ଅଛନ୍ତି । ଗିରଫଙ୍କ ମଧ୍ୟରେ ବିହାର ଅଞ୍ଚଳର ଅଙ୍କିତ ରାଜ, ମଧ୍ୟସ୍ଥି ବିହାରର ରାଜେଶ ମଧୁକର ଓ ବିହାରର ପ୍ରେମ ଶଙ୍କର ପାଣ୍ଡେ ଗିରଫ ହୋଇଛନ୍ତି । ୧୦ ଲକ୍ଷ ଟଙ୍କା ନେବା ନେଇ ବ୍ୟାଙ୍କରେ ତଦନ୍ତ ଆରମ୍ଭ ହୋଇଛି ।