LatestNewsPolitics

୨୦ରେ ପୁଣି ଓଡିଶା ଆସିବେ ମୋଦୀ

ଭୁବନେଶ୍ବର (ସଂକେତ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ପୁଣି ଓଡିଶା ଆସିବେ। ସେ ପୁରୀରେ ରୋଡ଼ ସୋ କରିବେ । ଅନୁଗୋଳ ଓ କଟକରେ ବିଶାଳ ଜନସଭା କରିବେ ।

ସେହିପରି ଆସନ୍ତା ୧୫ ତାରିଖ ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ପୁଣି ଓଡ଼ିଶା ଆସୁଛନ୍ତି । ସେ ରାଉରକେଲା, କଣ୍ଟାବାଞ୍ଜି, ଆସ୍କାରେ ସଭା କରିବେ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ୧୭ ତାରିଖ ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ବିଶାଳ ଜନସଭା କରିବେ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି ।