FeaturedLatestNewsPolitics

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରି ସ୍ୱାଧୀନ ପ୍ରାର୍ଥୀ ପିଣ୍ଟୁ ଦାସ ଗିରଫ

ବ୍ରହ୍ମପୁର (ସଂକେତ ଟିଭି) : ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ (ପିଣ୍ଟୁ) ଆକ୍ରମଣ କରିଛନ୍ତି । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଶିବଶଙ୍କର ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ । ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଆଜି ଶିବଶଙ୍କର ଦାସଙ୍କୁ ଗିରଫ କରାଯାଇଛି ।

ସୂଚନା ଅନୁସାରେ ବ୍ରହ୍ମପୁର ସହରର ଗୋଷାଣୀ ନୂଆଗାଁର ସରକାରୀ ଉକ୍ରଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ। ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରମଣ ବେଳର ସିସିଟିଭି ଭିଜୁଆଲ ସାମ୍ନାକୁ ଆସିଥିଲା । ସେପଟେ ପ୍ରଦୀପ ପାଣିଗ୍ରାହୀଙ୍କୁ ପ୍ରଥମେ ଏମକେସିଜି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବା ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତରିତ କରାଯାଇଛି।