FeaturedLatestNewsPolitics

୨୨ ଶିଳ୍ପପତିଙ୍କୁ ୧୬ଲକ୍ଷ କୋଟି ଟଙ୍କା ଋଣ ଛାଡ କରିଛି ବିଜେପି ସରକାର : ରାହୁଲ ଗାନ୍ଧୀ

ବଲାଙ୍ଗୀର (ସଂକେତ ଟିଭି): ୨୨ ଶିଳ୍ପପତିଙ୍କୁ ୧୬ଲକ୍ଷ କୋଟି ଟଙ୍କା ଋଣ ଛାଡ କରିଛନ୍ତି କେନ୍ଦ୍ର ସରକାର। କୃଷି ଋଣ ଛାଡ କରିନାହାଁନ୍ତି। ଗରିବଙ୍କୁ ଋଣ ଛାଡ ତ ଦୂରର କଥା, ଲୋନ୍‌‌ ବି ଦେଇନାହାଁନ୍ତି। ବଲାଙ୍ଗୀରକୁ ରାହୁଲ ଗାନ୍ଧୀ ପ୍ରଚାରରେ ଆସି କେନ୍ଦ୍ରରେ ଥିବା ବିଜେପି ସରକାର ବିରୋଧରେ ବର୍ଷିଛନ୍ତି ।

ସେ କହିଛନ୍ତି କେନ୍ଦ୍ର ସରକାର ୨୨/ ୨୫ ଜଣଙ୍କ ପାଇଁ କାମ କରୁଛନ୍ତି। ସରକାରକୁ ୯୦ ଅଫିସର ଚଳାଉଛନ୍ତି। ସେଥିରୁ ମାତ୍ର ତିନି ଜଣ ଦଳିତ। ଏଥିରୁ ଜଣାପଡୁଛି କେନ୍ଦ୍ରର ଆଦିବାସୀ ଓ ଦଳିତ ପ୍ରୀତି। ବିଜେପି ସରକାର ଏଥର କ୍ଷମତାକୁ ଆସିଲେ ସମ୍ବିଧାନ ବଦଳାଇଦେବେ ବୋଲି କହୁଛନ୍ତି। ଦୁନିଆର କୌଣସି ଶକ୍ତି ସମ୍ବିଧାନ ବଦଳାଇପାରିବନି ବୋଲି ରାହୁଲ ଚେତାବନୀ ଦେଇଛନ୍ତି।

ଇଣ୍ଡିଆ ମେଣ୍ଟ ସରକାରକୁ ଆସିଲେ ପ୍ରଥମେ ଗରିବ ଲୋକଙ୍କ ତାଲିକା ହେବ। ପ୍ରତ୍ୟେକ ପରିବାରରୁ ଜଣେ ମହିଳାଙ୍କୁ ବଛାଯିବ। ୪ ଜୁଲାଇରେ ସେହି ମହିଳାଙ୍କ ଖାତାକୁ ପ୍ରଥମ କିସ୍ତିରେ ୮ ହଜାର ୫ଶହ ଟଙ୍କା ଯିବ। ଏପରି ଭାବେ ବର୍ଷକରେ କୋଟି କୋଟି ମନୋନୀତ ମହିଳାଙ୍କ ଖାତାକୁ ଏକ ଲକ୍ଷ ଟଙ୍କା ଯିବ ବୋଲି କହିଛନ୍ତି ରାହୁଲ। ସେହିପରି ଖାଲି ପଡିଥିବା ୩୦ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ। ମନରେଗା ମଜୁରୀକୁ ୨୫୦ରୁ ୪ଶହ ଟଙ୍କା କରିବ ଇଣ୍ଡି ମେଣ୍ଟ ସରକାର । ଇଣ୍ଡିଆ ମେଣ୍ଟ ଆସିଲେ ସଂରକ୍ଷଣ ବ୍ୟବସ୍ଥା ଉଚ୍ଛେଦ କରିବ ବୋଲି ରାହୁଲ ପ୍ରକାଶ କରିଛନ୍ତି।