LatestNews

ଆଣ୍ଡାମାନକୁ ଛୁଇଁଲା ମୌସୁମୀ, ଜୁନ୍ ୧୫ ବେଳକୁ ଛୁଇଁପାରେ ଓଡିଶା

ଭୁବନେଶ୍ବର (ସଂକେତ ଟିଭି) : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନକୁ ଛୁଇଁଛି । ରବିବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କୋମରିନ-ମାଳଦ୍ବୀପ, ଦକ୍ଷିଣ ବଙ୍ଗୋପ ସାଗର, ନିକୋବର ଏବଂ ଦକ୍ଷିଣ – ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଜୁନ୍ ୧୫ ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ।

ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଉପରୋକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହୋଇଥିଲା। ତେବେ ୭ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ ୮ରେ ଭାରତର ମୁଖ୍ୟ ଭୂଖଣ୍ଡର କେରଳ ଉପକୂଳକୁ ପ୍ରବେଶ କରିଥିଲା। ଓଡ଼ିଶାକୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୨୨ ବେଳକୁ ପହଞ୍ଚିଥିଲା। ତେବେ ଏଥର ମୌସୁମୀ ସ୍ବାଭାବିକ ସମୟରେ ଭାରତ ଭୂଖଣ୍ଡ ସମେତ ଓଡ଼ିଶାକୁ ଛୁଇଁବା ନେଇ ପାଣିପାଗର ବିଭିନ୍ନ ମଡେଲ୍‌ ଆକଳନ କରିଛନ୍ତି।