FeaturedLatestNewsPolitics

୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ବର (ସଂକେତ ଟିଭି) : ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଦିଆଯାଇଛି । ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଏହି ନୋଟିସ ଦିଆଯାଇଛି। ଆସନ୍ତା ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି ହୋଇଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ ନୋଟିସ ହୋଇଛି। ବିଧାନସଭା ସଚିବ ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କରିଛନ୍ତି।