EducationFeaturedLatestNews

୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର (ସଂକେତ ଟିଭି) : ଯୁକ୍ତ ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ www.orissaresults.nic.in ରେ ପ୍ରକାଶ ପାଇବ । ଏନେଇ ସିଏଚଏସଇ ପକ୍ଷରୁ ସୂଚନା ମିଳିଛି । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।