FeaturedLatestNewsPolitics

ପୁଣି ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର (ସଂକେତ ଟିଭି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ। ଏନେଇ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲସିଂ ତୋମର୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରାପଡ଼ା ଓ ବାଲେଶ୍ବରରେ ପ୍ରଚାର କରିବା ସହିତ ସେଠାରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧନ ଦେବେ। ପ୍ରଥମେ ବାଲେଶ୍ୱର ଓ ପରେ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ସମାବେଶ କରିବେ ।

ସେହିପରି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତା ୨୫ ତାରିଖରେ ପୁଣି ଓଡ଼ିଶା ଆସିବେ । ସେ ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ହେବାକୁ ଥିବା ଜନସଭାରେ ଉଦବୋଧନ ଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଅମିତ ଶାହା ମଧ୍ୟ ଚଳିତ ନିର୍ବାଚନରେ ଘନ ଘନ ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବା ସହ ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରୁଛନ୍ତି ।