LatestNewsPolitics

ନବୀନଙ୍କ ସହ ଭଲ ସମ୍ପର୍କ ନୁହେଁ, ଓଡିଶାର ଭବିଷ୍ୟତ ମୋ ପାଇଁ ଆଗ : ମୋଦୀ

ନୂଆଦିଲ୍ଲୀ (ସଂକେତ ଟିଭି) : ଓଡ଼ିଶାର ଭାଗ୍ୟ କଥା ଚିନ୍ତା କରିବି। ଏଥି ପାଇଁ ଯଦି ମୋ ସମ୍ପର୍କକୁ ବଳି ଚଢ଼ାଇବାକୁ ପଡ଼େ, ମୁଁ ପ୍ରସ୍ତୁତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କ ନେଇ ପ୍ରଶ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରତିକ୍ରିୟା ରଖିଛନ୍ତି ।

ସେ କହିଛନ୍ତି ଯେ ସମ୍ପର୍କ ନୁହେଁ ଓଡ଼ିଶାର ଭବିଷ୍ୟତ ଆଗ। ସବୁ ରାଜନୈତିକ ନେତାଙ୍କ ସହ ମୋ ସମ୍ପର୍କ ରହିଛି। ମୋ ପାଇଁ ପ୍ରଶ୍ନ ଥିଲା ସମ୍ପର୍କକୁ ଭଲ ରଖିବି, ନାଁ ଓଡ଼ିଶାର ଭାଗ୍ୟ କଥା ଚିନ୍ତା କରିବି। ଉଜ୍ବଳ ଭବିଷ୍ୟତ ପାଇଁ ନିଜକୁ ଉତ୍ସର୍ଗ କରିବାକୁ ରାସ୍ତା ବାଛିଲି।

ଏଥି ପାଇଁ ଯଦି ମୋ ସମ୍ପର୍କକୁ ବଳି ଚଢ଼ାଇବାକୁ ପଡ଼େ, ମୁଁ ପ୍ରସ୍ତୁତ। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ ମୋଦୀ କହିଛନ୍ତି।

ମୋଦୀ ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, କିନ୍ତୁ ଲୋକେ ଗରିବ। ଏଥିପାଇଁ ରାଜ୍ୟ ସରକାର ଦାୟୀ, ଲୋକଙ୍କୁ ନ୍ୟାୟ ମିଳୁନି। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାର ଭାଗ୍ୟ ବଦଳିବ, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛ। ଜୁନ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ତାରିଖ। ଜୁନ ୧୦ରେ ଓଡ଼ିଶାରେ ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବେ।