FeaturedLatestNewsPolitics

ମୋ ସ୍ବାସ୍ଥ୍ୟ ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ଭୋଟ ଚିନ୍ତା: ନବୀନ ପଟ୍ଟନାୟକ

ଭୁବନେଶ୍ବର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ଯାବସ୍ଥା କଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରିପଦାର ଏକ ରାଲିରେ ଉଦବୋଧନ ଦେଇ ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଡ଼ା ଜବାବ ଦେଇଛନ୍ତି । ସେ କହିଛନ୍ତି ଯେ ଆଜି ମୋ ସ୍ବାସ୍ଥ୍ୟାବସ୍ଥା କଥା ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ଉଠାଇଛନ୍ତି। ତଦନ୍ତ କରିବା କଥା କହିଛନ୍ତି। ଭୋଟ ପାଇଁ ପ୍ରଧାନମନ୍ତ୍ରୀଙ୍କ ମୋ ସ୍ବାସ୍ଥ୍ୟାବସ୍ଥା ଚିନ୍ତା ବୋଲି ନବୀନ କହିଛନ୍ତି।

ଏହା ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନୀ ଚାଲ୍। ମୋ ସ୍ବାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ଚାଲିଛି। ସାରା ରାଜ୍ଯରେ ମୁଁ ନିର୍ବାଚନ ପ୍ରଚାର କରୁଛି। ମୋ ସ୍ବାସ୍ଥ୍ୟ ଖରାପ ଥିଲେ ମୁଁ ଏତେ ଖରାରେ ପ୍ରଚାର କରି ନ ଥାନ୍ତି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଗୁଜବ ସୃଷ୍ଟିର କାରଣ ଖୋଜିବାକୁ କମିଟି ଗଠନ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।