FeaturedLatestNews

ଓଡ଼ିଶାରେ କାଲି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ବୁଲୁଛି ୨୫୫ଟି ଫ୍ଲାଇଂ ସ୍କ୍ୱାଡ ଟିମ୍‌

ଭୁବନେଶ୍ବର (ସଂକେତ ଟିଭି) : ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ହିଂସାକାଣ୍ଡକୁ ନଜର ରଖାଯାଇଛି। ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି। ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ ରହିଛି। ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ, ୮୬ ପ୍ଲାଟୁନ ଓଡିଶା ଆର୍ମଡ଼ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମ କୁ ପେଟ୍ରୋଲିଂ ପାର୍ଟି ମନିଟର କରିବ । ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସ୍ପି ଦାୟିତ୍ୱରେ ରହିବେ। ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ। ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି। ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲ୍ଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି। ସୀମାବର୍ତ୍ତି ଚେକ ପୋଷ୍ଟ ରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି ।

ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ଟି ଫ୍ଲାଇଂ ସ୍କ୍ୱାଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି। ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି। ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱ ରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ। ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ।