FeaturedLatestNews

ଡାକ୍ତରଙ୍କୁ ଅପହରଣ କଲେ ମାଓବାଦୀ

ମାଲକାନଗିରି (ସଂକେତ ଟିଭି) : ମାଓବାଦୀମାନେ କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି । ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ ବୋଲି ସୂଚନା ମିଳିଛି। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କ୍ଵାର୍ଟର୍ସରେ ସିପିଆଇ ମାଓବାଦୀ ବୋଲି ଲେଖାଥିବା ଏକ ଚିଠି ଛାଡ଼ି ଯାଇଥିବାର ସୂଚନା ମିଳିଛି। ସରକାରୀ କ୍ଵାଟର ଭିତରେ ଡାକ୍ତରଙ୍କ ମୋବଇଲ ଓ ଘର ବାହାରେ ବାଇକ ରହିଥିବାର ଦେଖିବାକୁ ମିଳିଛି।

ସୂଚନା ଅନୂଆସାରେ ଶୁକ୍ରବାର ଦିନ ଜଣେ ମହିଳାଙ୍କ ଶବ ବ୍ୟବଚ୍ଛେଦକୁ କେନ୍ଦ୍ର କରି ଡାକ୍ତରଙ୍କ ସହ କିଛି ଲୋକଙ୍କ ବଚସା ହୋଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ଡାକ୍ତରଙ୍କୁ ଅପହରଣ କରାଯାଇଥିବାର ଅନୁମାନ କରାଯାଉଛି। ଅନ୍ୟପଟେ ପୋଲିସ ମେଡିକାଲକୁ ଆସି ତନାଘନା ଆରମ୍ଭ କରିବା ସହିତ ଚିଠି ଜବତ କରିଛି। ଡାକ୍ତରଙ୍କୁ ମାଓବାଦୀ ନା କେହି ଦୁର୍ବୃତ୍ତ ଅପହରଣ କରିଛନ୍ତି ସେ ବିଷୟରେ ସଠିକ ସୂଚନା ମିଳିପାରିନାହିଁ ।