FeaturedGeneralLatest

ମତଦାନରେ ବିଶ୍ବ ରେକର୍ଡ ସୃଷ୍ଟି କଲା ଭାରତ: ଭୋଟ୍ ଦେଲେ ୬୪.୨ କୋଟି ଭୋଟର

ନୂଆଦିଲ୍ଲୀ(ସଂକେତ ଟିଭି): ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ଚଳିତଥର ଭାରତରେ ୬୪.୨କୋଟି ଲୋକ ଭୋଟ୍ ଦେଇଛନ୍ତି। ଆଜି ପର୍ଯ୍ୟନ୍ତ ଏତେ ପରିମାଣରେ ଭୋଟିଂ ବିଶ୍ବର କୌଣସି ସ୍ଥାନରେ ଘଟିନାହିଁ ।ଆମେ ୬୪.୨ କୋଟି ଭୋଟରଙ୍କ ମତଦାନକୁ ନେଇ ବିଶ୍ୱ ରେକର୍ଡ ସୃଷ୍ଟି କରିଛୁ। ଏହି ସଂଖ୍ୟା ସମସ୍ତ ଜି୭ ଦେଶର ଭୋଟରଙ୍କ ତୁଳନାରେ ୧.୫ ଗୁଣ ଏବଂ ୟୁରୋପୀୟ ସଂଘର ୨୭ଟିଦେଶର ଭୋଟରଙ୍କ ତୁଳନାରେ ୨.୫ ଗୁଣ ଅଧିକ ରହିଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ।

ସେ କହିଛନ୍ତି ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏହାସହ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ନିର୍ବାଚନରେ ସର୍ବାଧିକ ମହିଳା ଭୋଟର ନିଜର ମତସାବ୍ୟସ୍ତ କରିଛନ୍ତି । ଏଥର ୩୧ କୋଟି ମହିଳା ଭୋଟ୍ ଦେଇଛନ୍ତି, ଯାହା କି ପ୍ରଥମ ଥର ପାଇଁ ରେକର୍ଡ ସୃଷ୍ଟି କରିଛି ।

ଏଥି ସହିତ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି। ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି। ଚଳିତ ନିର୍ବାଚନ ସୁରୁଖୁରୁରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

ରାଜୀବ କୁମାର ଆହୁରି କହିଛନ୍ତି ଯେ ଏହି ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଆମେ ଭାରତର ସମସ୍ତ ଭୋଟରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଚଳିତ ଲୋକସଭା ନିର୍ବାଚନରେ ରି-ପୋଲିଂ କମିଛି। ୨୭ ରାଜ୍ୟର କୌଣସି ବି ବୁଥ୍‌ରେ ହୋଇନି ପୁନଃ ମତଦାନ। ୨୦୧୯ ନିର୍ବାଚନରେ ୫୪୦ ସ୍ଥାନରେ ରି-ପୋଲିଂ ହୋଇଥିଲା। ହେଲେ ୨୦୨୪ରେ ମାତ୍ର ୩୯ଟି ବୁଥ୍‌ରେ ସାନି ମତଦାନ ହୋଇଛି। ମଣିପୁର, ଅରୁଣାଚଳ ପ୍ରଦେଶର ସର୍ବାଧିକ ୨୫ଟି ବୁଥ୍‌ରେ ସାନି ମତଦାନ ହୋଇଛି। ବାକି ୧୪ଟି ସାନି ମତଦାନ ଅନ୍ୟ ରାଜ୍ୟର ବୁଥ୍‌ରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି।