FeaturedLatestNews

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବ‌ନେଶ୍ବର(ସଂକେତ ଟିଭି): ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜ୍ୟପାଳ ରଘୁବର ଦାସ ୧୬ତମ ବିଧାନସଭାକୁ ଭଙ୍ଗ କରିଛନ୍ତି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ସଭାପତିତ୍ବ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଜରିଆରେ ବୈଠକରେ ଯୋଡି ହୋଇଥିବା ବେଳେ ଅନ୍ୟ ବିଭାଗୀୟ ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ବୈଠକରେ ସାମିଲ ହୋଇଥିଲେ ।

ଉଳ୍ଲେଖଯୋଗ୍ୟ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗା ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢ଼ା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଏଥିସହ ନୂଆ ସରକାର ଗଢ଼ିବା ପାଇଁ ପ୍ରକିୟା ଆରମ୍ଭ ହୋଇ ଯାଇଥାଏ। ଆସନ୍ତା କାଲି ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରିବାର ବିଧି ରହିଛି।