FeaturedLatestNewsPolitics

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସେ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ବିଜେଡିର ବରିଷ୍ଠ ନେତାଙ୍କ ସହ ଆଲୋଚନା ପରେ ନବୀନ ଆଜି ରାଜଭବନରେ ପହଞ୍ଚି ଇସ୍ତଫା ଦେଇଛନ୍ତି ।

ଓଡ଼ିଶାରେ ବିଧାନସଭା ନିର୍ବାଚନ ଫଳାଫଳରେ ବିଜେପି ବହୁମତ ହାସଲ କରିଛି । ମ୍ୟାଜିକ୍ ନମ୍ବର ମଧ୍ୟ ପାର୍ କରିଛି । ତେବେ ଦୀର୍ଘ ୨୪ ବର୍ଷ ପରେ ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ।