FeaturedLatestNews

ଆଉ ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର (ସଂକେତ ଟିଭି): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ । ଏହା ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳଗୁଡିକୁ ସ୍ପର୍ଶ କରିବ। ଓଡ଼ିଶାରେ ମୌସୁମୀ ବାୟୁ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।