FeaturedLatestNews

ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (ସଂକେତ ଟିଭି) କନ୍ଧମାଳର ପୂର୍ବତନ ସାଂସଦ ତଥା ବିଜେଡି ନେତା ଅଚ୍ୟୁତ ସାମନ୍ତ ପ୍ରତ୍ୟକ୍ଷ ରାଜନୀତିରୁ ସନ୍ୟାସ ନେଇଛନ୍ତି । ରବିବାର ଏନେଇ ସେ ଘୋଷଣା କରିବା ସହ ଜୁନ୍ ୯ ତାରିଖ ଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି । ଶନିବାର ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଅଚ୍ୟୁତ ସାମନ୍ତ ନିଜ ଇଚ୍ଛା ବ୍ୟକ୍ତ କରିଥିଲେ । ଏହାସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଅଚ୍ୟୁତ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଦୀର୍ଘ ୩୨ ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି । ଚଳିତ ସାଧାରଣ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ ।