FeaturedLatestNewsPolitics

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର (ସଂକେତ ଟିଭି): ବୁଧବାର ରାଜ୍ୟର ନୂଆ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି ବିଜେପି। ବିଜେପିର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।

ଯାହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆମେ ଆପଣଙ୍କ ସହିତ ଅଛୁ। ଜନତା ମଇଦାନରେ ଶପଥ ଗ୍ରହଣ ହେବା ଭଲ କଥା।

ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଜନତା ମଇଦାନରେ ନେବେ ଶପଥ ପାଠ। ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।