FeaturedLatestNews

ଆସନ୍ତା ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଜୁନ୍ ୧୭ ତାରିଖରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଜିଲ୍ଲାରେ ବର୍ଷା ହେବ । ୧୮ରୁ ୧୯ ତାରିଖ ମଧ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ତେବେ ୧୬ ତାରିଖ ଯାଏଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗରମ ଓ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିବ । ମୌସୁମୀ ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବା ସମ୍ଭାବନା ରହିଛି।