LatestNews

ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ଭଲ ବ୍ୟବହାର ଦେଖାଅ

ଭୁବନେଶ୍ୱର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟ ଅତିଥିଭବନରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ଗୁଇନ୍ଦା ନିର୍ଦ୍ଦେଶକ ଓ ଆଇଜି ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଲୋକଙ୍କୁ ଗୁଣାତ୍ମକ ସେବା କିପରି ଯୋଗାଇ ଦିଆଯିବ ଏବଂ ଲୋକଙ୍କୁ ଭଲ ବ୍ୟବହାର କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ହୋଇଛି ଏହା ସହ ଆସନ୍ତା ଜୁଲାଇରୁ କାର୍ୟ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ୍ଣ ଆଇନ ବାବଦରେ ପୋଲିସ ଡିଜି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।