CulturalLatestNews

ତାରିଣୀ ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): କେନ୍ଦୁଝର ଜିଲ୍ଲାର ଘଟଗାଁର ମାଆ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଥି୍ଲେ । ଏହି ଗସ୍ତରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ।

ପୂର୍ବ ବିଜେଡି ସରକାର ସମୟରେ ଘଟଗାଁର ମାଆ ତାରିଣୀ ମନ୍ଦିରର ବିକାଶ ପାଇଁ ୫୦ କୋଟି ଘୋଷଣା ହୋଇଥିଲା। ସେହି ଟଙ୍କାରେ ବର୍ତ୍ତମାନ କାମ ଚାଲିଥିବା ବେଳେ ନୂଆ ମୁଖ୍ୟମନ୍ତ୍ରୀ ଆଉ ୫୦ କୋଟି ଘୋଷଣା କରିଛନ୍ତି । ୫୦ କୋଟି ଟଙ୍କା ପୂର୍ବରୁ ଅନୁମୋଦନ ହୋଇ କାମ କରାଯାଉଥିବାବେଳେ ଏହାକୁ ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ଆଉ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ସେହିପରି ଏହି ପୀଠ କିପରି ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବ, ସେନେଇ କେନ୍ଦ୍ର ନିକଟରେ ଦାବି ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।