FeaturedLatestNews

ଖୁବଶୀଘ୍ର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନା ଟଙ୍କା: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର (ସଂକେତ ଟିଭି): ଓଡ଼ିଶାର ସବୁ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍ ଖୁବ ଶିଘ୍ର ମିଳିବ। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। । ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ ସୁଭଦ୍ରା ଯୋଜନା ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ ।

ତେବେ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାର ଲାଭ ମିଳିବ। ରାଜ୍ୟର ସବୁ ମହିଳାଙ୍କୁ ସୁଭଦ୍ରା ସ୍କିମର ଟଙ୍କା ମିଳିବ ବୋଲି ସେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।