FeaturedLatestNews

ରାଜ୍ୟର ସବୁ ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର : କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି । ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ । କ୍ୟାବିନେଟ ବୈଠକରେ ଏ ନେଇ ଖୁବଶୀଘ୍ର ଆଲୋଚନା କରାଯିବ ବୋଲି ସେ କହିଛନ୍ତି।

ସେପଟେ ମନ୍ତ୍ରୀ ଆଜି ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା କରିଛନ୍ତି । ନାସିକରୁ ପିଆଜ କୁଇଣ୍ଟାଲ ପିଛା ୨୯୩୫ ଟଙ୍କାରେ କିଣା ଯାଉଛି। ପରିବହନ ଖର୍ଚ୍ଚ ସହିତ ଖୁଚୁରା ମାର୍କେଟ କିଲୋ ପିଛା ଦର ୪୦ ଟଙ୍କା ରହିଛି ।

ସେ ଆହୁରି କହିଛନ୍ତି, ବ୍ୟବସାୟୀଙ୍କ ଅନାବଶ୍ୟକ ହୋର୍ଡିଂ ଉପରେ ବିଭାଗ ନଜର ରଖିଛି । ସବୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ବ୍ୟବସାୟୀଙ୍କ ସହ କଥା ହୋଇ ଷ୍ଟକ ଉପରେ ନଜର ରଖିବାକୁ କୁହାଯାଇଛି । ସରକାରଙ୍କ ନୀତି ନିୟମରେ ଖିଲାପି କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଳୁ ବି ନାସିକରୁ ଆସୁଥିବାରୁ ଦର ଉଚ୍ଚା ରହିଛି । କଲା କଳବଜାରୀ କରୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି।