FeaturedLatestNews

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର (ସଂକେତ ଟିଭି): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ୨୯ ତାରିଖ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ରହିଛି।