CulturalLatestNews

ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ (ସଂକେତ ଟିଭି): ପୁରୀ ଶ୍ରୀମନ୍ଦିରରେ ଏଥର ବନ୍ଦ ରହିବ ନବଯୌବନ ଦର୍ଶନ । ଆଜି ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।

ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।

ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଏପରି ବଡ଼ ନିଷ୍ପତ୍ତି ନିଆଯାଇଛି। ସେହିପରି ପହଣ୍ଡି ବିଜେ ଦର୍ଶନ ଲାଗି ମଧ୍ୟ ଟିକେଟ ମିଳିବ ନାହିଁ। ଏଥର ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ବିଜେ ହୋଇ ସାରିବା ପରେ ରଥଟଣା ଆରମ୍ଭ ହେବ। ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି । ୫୩ ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା । ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ । ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥ ଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ଶ୍ରୀଜୀଉଙ୍କ ସୁନାବେଶ ହେବ ।