FeaturedLatestNews

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି): ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ ।

ସେପଟେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ ଚାଲୁ ରହିବ ବୋଲି ସେ କହିଛନ୍ତି ।