LatestNews

ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ (ସଂକେତ ଟିଭି): ଜୁଲାଇ ୭ରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ । ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ଆଲୋଚନା ପରେ ସେ ଶୁକ୍ରବାର ଏନେଇ ଜଣାଇଛନ୍ତି। ତେବେ ଟ୍ରେନ୍‌ଗୁଡ଼ିକ ରାଜ୍ୟର ସମସ୍ତ ଅଞ୍ଚଳକୁ ପହଞ୍ଚିବ। ଏହାଛଡ଼ା ୧୫ ହଜାର ଯାତ୍ରୀ ରହିବା ଭଳି ଟେଣ୍ଟ ଲଗାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି।