FeaturedLatestNews

ରଥଯାତ୍ରା ଦିନ ମନ୍ଦିର ଭିତରକୁ VIPଙ୍କ ପ୍ରବେଶ ମନା

ଭୁବନେଶ୍ୱର (ସଂକେତ ଟିଭି): ରଥଯାତ୍ରା ଦିନ ମନ୍ଦିର ଭିତରକୁ VIPଙ୍କ ପ୍ରବେଶ ମନା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ସମସ୍ତଙ୍କ ମତାମତକୁ ନେଇ ପ୍ରଭୁଙ୍କ ଶୃଙ୍ଖଳିତ ରଥଯାତ୍ରା ସମାପନ ପାଇଁ ଉଦ୍ୟମ ଚାଲିଛି । ରଥଯାତ୍ରା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଆଇନ ଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି ।

ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ VIPଙ୍କ ପ୍ରବେଶକୁ ବାରଣ କରାଯାଇଛି।

ଆଇନ ମନ୍ତ୍ରୀ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ବିଶେଷ କରି ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ ।