FeaturedLatestNews

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ବର (ସଂକେତ ଟିଭି): ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି । ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ନବ ନିଯୁକ୍ତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

ନୂଆଦିଲ୍ଲୀରୁ ଫେରି ଶ୍ରୀ ଆହୁଜା ରବିବାର ଅପରାହ୍ନରେ ଲୋକସେବା ଭବନରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ।