ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ଯ୍ୟ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ସଂକେତ ଟିଭି): ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ନିଜର ସ୍ଥାୟୀ କାର୍ଯ୍ୟକାଳରେ ପ୍ରବେଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବାର ୨୨ ଦିନ ପରେ ସେ ବିଧିବଦ୍ଧ ଭାବରେ ଲୋକସେବା ଭବନରେ କାର୍ଯ୍ୟଭାର ସମ୍ଭାଳିଛନ୍ତି ।
ଲୋକସେବା ଭବନର ତୃତୀୟ ମହଲାରୁ କାର୍ଯ୍ୟ ଆରମ୍ଭ କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ। ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଆବଶ୍ୟକ ପଡ଼ିଲେ ଆଇନରେ ସଂଶୋଧନ କରାଯିବ। ଓଡ଼ିଆ ଅସ୍ମିତାର ବିକାଶ ପାଇଁ ଗୁରୁତ୍ବାରୋପ କରାଯିବ।
ଏଥି ସହିତ ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ ।
ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।