CulturalFeaturedLatestNews

ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର

ପୁରୀ (ସଂକେତ ଟିଭି): ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ଏଥିରେ ୫ରୁ ୬ଜଣ ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଏହା ପରେ ବଡ଼ଠାକୁର ବଳଭଦ୍ରଙ୍କୁ ତାଳଧ୍ବଜରୁ ପହଣ୍ଡିରେ ତଳକୁ ଅଣାଯାଉଥିଲା। ମହାପ୍ରଭୁଙ୍କୁ ଚାଳମାଳର ଅଧବାଟରେ ଥିବା ବେଳେ କୌଣସି ତ୍ରୁଟି କାରଣରୁ ଝୁଙ୍କି ପଡ଼ିଥିଲେ। ‌କିନ୍ତୁ ସେବାୟତମାନେ ସତର୍କତାର ସହିତ ଠାକୁରଙ୍କୁ ଧରିଥିଲେ। ତେବେ ଏହି ଅପ୍ରୀତିକର ଘଟଣାରେ ୫ରୁ ଊର୍ଦ୍ଧ୍ବ ସେବାୟତ ଆହତ ହୋଇଥିଲେ। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।